ଭୁବନେଶ୍ୱର, 02 ଜାନୁଆରି (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ମୁଖ୍ୟମନ୍ତ୍ରୀ ‘ଉତ୍କଳ କେଶରୀ’ ଡ. ହରେକୃଷ୍ଣ ମହତାବଙ୍କୁ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।ଓଡ଼ିଶାର ସାମାଜିକ, ରାଜନୈତିକ ଏବଂ ସାଂସ୍କୃତିକ ଉତ୍ଥାନ ପାଇଁ ତାଙ୍କର ଅତୁଳନୀୟ ଅବଦାନ ସଦା ସ୍ମରଣୀୟ। ଜଣେ ଦକ୍ଷ ପ୍ରଶାସକ, ସ୍ବାଧୀନତା ସଂଗ୍ରାମୀ ତଥା ସାରସ୍ବତ ସାଧକ ଭାବେ ତାଙ୍କର ଜୀବନ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ।
—————
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ
