ପୁରୀ, ୪ ନଭେମ୍ବର (ହି.ସ.)- ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆଜି ପୂର୍ବାହ୍ନରେ ଆରମ୍ଭ ହୋଇଛି । ଏହି ବୈଠକରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ନେଇ ରୂପରେଖ ଚୂଡ଼ାନ୍ତ ହେବ । ଏଥିସହ ବୈଠକରେ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗରେ ମଧ୍ୟ ଆଲୋଚନା ହେବ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଆଜି ଦିନ ୧୧ଟାରେ ନିଳାଦ୍ରୀ ଭକ୍ତ ନିବାସରେ ଏହି ବୈଠକ ଆରମ୍ଭ ହୋଇଛି ।
ଏଠାରେ ଉଲ୍ଲେଖଯୋଗ୍ୟ, ଆସନ୍ତା ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ ।
ହିନ୍ଦୁସ୍ଥାନ ସମାଚାର/ବିଜୟ/ପ୍ରଦୀପ୍ତ/ସମନ୍ୱୟ
