
ଭୁବନେଶ୍ବର, 25 ଜାନୁଆରୀ (ହି.ସ.) – ଓଡ଼ିଶାର ପ୍ରମୁଖ ଶକ୍ତି ପୀଠ ତଥା ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପ ର ଲୋକାର୍ପଣ ଉତ୍ସବ ଜାନୁୟାରୀ 27 ରେ ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ ଅନୁଷ୍ଠିତ ହେଉଛି ।
ଏହି କାର୍ଯ୍ୟକ୍ରମ ରେ ଭକ୍ତମାନେ ଆନନ୍ଦର ସହ ଯୋଗଦାନ କରି ମା ଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ। ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବ କୁ ଦୃଷ୍ଟିରେ ରଖି ଆସନ୍ତା ଜାନୁଆରୀ 27 ତାରିଖ ଦିନ ସାରା ରାଜ୍ୟ ର ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ ଚତୁର୍ଥ ଶନିବାର ଯୋଗୁଁ ସେଦିନ ସମସ୍ତ ସରକାରୀ ଅଫିସ ମଧ୍ୟ ବନ୍ଦ ରହୁଛି ।
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ
