ଭୁବନେଶ୍ୱର, ୨୬ ଅକ୍ଟୋବର (ହି.ସ.)- ସମ୍ଭାବ୍ୟ ବାତ୍ୟା ମୋନ୍ଥା ପ୍ରଭାବରେ ପବନ ନେଇ ଆସନ୍ତାକାଲି ଅର୍ଥାତ୍ ୨୭ ତାରିଖ ପାଇଁ ୩ ଜିଲ୍ଲା(ପୁରୀ, ଗଞ୍ଜାମ, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖରେ ପବନ ନେଇ ୫ ଜିଲ୍ଲା(ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ରେଡ୍ ୱାର୍ଣ୍ଣିଂ, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଏବଂ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖରେ ପବନ ନେଇ ୫ ଜିଲ୍ଲା (ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ରେଡ୍ ୱାର୍ଣ୍ଣିଂ, ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଏବଂ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏହାର ଝଟ୍କା ୬୦ କି.ମି.କୁ ଛୁଇଁପାରେ । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ଏହାର ଝଟ୍କା ୭୦ କି.ମି.କୁ ଛୁଇଁପାରେ । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୬୦ରୁ ୭୦ କି.ମି. ଏହାର ଝଟ୍କା ୮୦ କି.ମି.କୁ ଛୁଇଁପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ
