• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Sports > କିଶୋର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ଚେକ୍ ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
Sports

କିଶୋର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ଚେକ୍ ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

CliQ INDIA
Last updated: October 17, 2023 8:18 pm
CliQ INDIA
Share
2 Min Read
SHARE

ଭୁବନେଶ୍ୱର, 17 ଅକ୍ଟୋବର (ହି.ସ.) – ନିକଟରେ ଚାଇନାର ହାଙ୍ଗଜୋଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିଛନ୍ତି । କିଶୋର ସେଠାରେ ବ୍ୟକ୍ତିଗତ ଶ୍ରେଷ୍ଠ ୮୭.୫୪ ମିଟର ହାସଲ କରି ରୌପ୍ୟ ପଦକ ହାସଲ କରିଥିଲେ ।

କିଶୋର କୁମାର ଜେନା ଓଡ଼ିଶା ପାଇଁ ଗୌରବର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୋହରାଇବା ସହ ଏହି ଐତିହାସିକ ସଫଳତା ପାଇଁ ତାଙ୍କୁ ପ୍ରଶଂସା କରିଛନ୍ତି । ଆଗାମୀ ଦିନରେ କିଶୋର ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିବା ସହ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସମ୍ବର୍ଦ୍ଧନା ଉତ୍ସବରେ ସଚିବ (୫ଟି) ଭି କେ ପାଣ୍ଡିଆନ୍ ଉପସ୍ଥିତ ରହି କିଶୋରଙ୍କ ଐତିହାସିକ ଯାତ୍ରା ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ପ୍ରତିଯୋଗିତା ପାଇଁ ଶୁଭେଚ୍ଛା ଜଣାଇଥିଲେ ।

ତାଙ୍କ ପ୍ରୟାସ ଓ ସଫଳତାକୁ ସ୍ୱୀକୃତି ଦେଇଥିବାରୁ କିଶୋର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ଓ ଏଥି ସହ କ୍ରୀଡ଼ାବିତ ମାନେ ଯେପରି ନିଜ କ୍ରୀଡ଼ା ପ୍ରତି ଧ୍ୟାନ କେନ୍ଦ୍ରୀତ କରିପାରିବେ ସେଥିନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ସାହାଯ୍ୟ ଓ ପ୍ରୋତ୍ସାହନ ଯୋଗାଇଦେଉଥିବାରୁ ସେ ଓଡ଼ିଶା ସରକାରଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ବିଶ୍ୱ ଆଥଲେଟିକ୍ସ ଦୁନିଆରେ ପୁରୀର ଏହି ଜାଭେଲିନ୍ ତାରକା ଏକ ଜ୍ୱଳନ୍ତ ଉଦାହରଣ ପାଲଟିଛନ୍ତି । ଏହି ବର୍ଷଟି ତାଙ୍କ ପାଇଁ ଅନେକ ସଫଳତା ଆଣିଦେଇଛି ଓ ଏସୀୟ କ୍ରୀଡ଼ା ପ୍ରସ୍ତୁତି ସମୟରେ ବୁଡାପେଷ୍ଟରେ ଅନୁଷ୍ଠିତ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ପଂଚମ ସ୍ଥାନ ଅଧିକାର କରି ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବାରୁ ତାଙ୍କର ଏହି ସ୍ୱୀକୃତି ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଥିଲେ । କିଶୋର କ୍ରମାଗତ ଭାବରେ ସାରା ଋତୁରେ ନିଜର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନକୁ ଅତିକ୍ରମ କରିଛନ୍ତି ଏବଂ ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଏହି ଧାରାକୁ ବଜାୟ ରଖିବା ନିମନ୍ତେ ଆଶା ରଖିଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ବନ୍ଦନା/ସମନ୍ୱୟ

You Might Also Like

ଭାରତ ବନାମ ଜିମ୍ବାୱେ ସୁପର ୮ ମୁକାବିଲା: ଟି-୨୦ ବିଶ୍ୱକପ୍ ୨୦୨୬ ମହାମୁକାବିଲାର ସିଧାପ୍ରସାରଣ କେବେ ଓ କେଉଁଠି ଦେଖିବେ
ବାଲେସିିଆରେ ଅନୁଷ୍ଠିତ ହେବାକୁ ଥିବା ୫ ଟି ଦେଶ ଟୁର୍ନାମେଂଟ ପାଇଁ ୨୪ ସଦସ୍ୟ ବିଶିଷ୍ଟ ଭାରତୀୟ ପୁରୁଷ ହକି ଦଳ ଘୋଷଣା
ଇଣ୍ଡିଆନ୍ ସୁପର ଲିଗ୍ ର ଦଶମ ସିଜନ୍ ଭାରତୀୟ ଫୁଟବଲ୍ ପାଇଁ ଏକ ଗର୍ବର ବିଷୟ – ଅଭିଷେକ ବଚ୍ଚନ
GT vs SRH IPL 2026: ଗୁଜରାଟ ଟାଇଟାନ୍ସ ଏବଂ ସନ୍‌ରାଇଜର୍ସ ହାଇଦରାବାଦ ଅହମଦାବାଦରେ ଶୀର୍ଷ ସ୍ଥାନ ପାଇଁ ଲଢେଇ
ଭଗବାନ ବିର୍ସାମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଫୁଟବଲ ପ୍ରତିଯୋଗିତା

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ରାଞ୍ଚିରୁ ଦୁଇ ଠକଙ୍କୁ ବାନ୍ଧିଲା ଓଡ଼ିଶା ଇଓଡବ୍ଲୁ
Next Article ବୁଲନ୍ଦସହରରେ 632 କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ କଲେ ଯୋଗୀ ଆଦିତ୍ୟନାଥ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?